• pm-cm-handshake
  • pm-cm-flower
  • ବିକାଶର ଧାରା, ଓଡ଼ିଶା ସାରା
  • ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ
  • ଓଡ଼ିଶା ନିବେଶକ ସମ୍ମିଳନୀ
  • ପେପରଲେସ୍ ବିଧାନସଭା ପାଇଁ 'ଡିଜିଟାଲ ହାଉସ୍'କୁ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସଦ୍ୟ ସମାଚାର

ଅଧିକ
ଶ୍ରୀ ମୋହନ ଚରଣ ମାଝୀ

ଆମ ମୁଖ୍ୟମନ୍ତ୍ରୀ

ଶ୍ରୀ ମୋହନ ଚରଣ ମାଝୀ ଜଣେ ଭାରତୀୟ ରାଜନୀତିଜ୍ଞ । ସେ ୧୨ ଜୁନ୍ ୨୦୨୪ରୁ ଓଡ଼ିଶାର ପଞ୍ଚଦଶ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶାର କେନ୍ଦୁଝର ଜିଲ୍ଲାର ରାଇକଳା ଗ୍ରାମରେ ଏକ ସାନ୍ତାଳ ଆଦିବାସୀ ସମ୍ପ୍ରଦାୟରେ ୬ ଜାନୁଆରି ୧୯୭୨ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ସେ ଚମ୍ପୁଆସ୍ଥିତ ଚନ୍ଦ୍ର ଶେଖର ମହାବିଦ୍ୟାଳୟରୁ କଳାରେ ସ୍ନାତକ ଓ ପରେ ଢେଙ୍କାନାଳ ଆଇନ ମହାବିଦ୍ୟାଳୟରୁ ଆଇନରେ ସ୍ନାତକ (ଏଲଏଲବି) ଡିଗ୍ରୀ ହାସଲ କରିଥିଲେ । ରାଜନୀତିରେ ଯୋଗଦେବା ଆଗରୁ ସେ ସରସ୍ଵତୀ ଶିଶୁ ମନ୍ଦିର, ଝୁମ୍ପୁରାରେ ଶିକ୍ଷକ ରୂପେ କାର୍ଯ୍ୟରତ ଥିଲେ । ଶ୍ରୀ ମୋହନ ଚରଣ ମାଝୀ ୧୯୯୭ ମସିହାରେ ରାଇକଳା ପଞ୍ଚାୟତର ସରପଞ୍ଚ ଭାବେ ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ସେ ପ୍ରଥମେ ୨୦୦୦ ମସିହାରେ କେନ୍ଦୁଝର ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୨୦୦୪, ୨୦୧୯ ଓ ୨୦୨୪ ମସିହାରେ ପୁନର୍ବାର ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ରୁ ୨୦୨୪ ପର୍ଯ୍ୟନ୍ତ ନିଜର କାର୍ଯ୍ୟକାଳ ମଧ୍ୟରେ ସେ ଓଡ଼ିଶା ବିଧାନସଭାରେ ଭାରତୀୟ ଜନତା ପାର୍ଟିର ମୁଖ୍ୟ ସଚେତକ ଭାବେ କାର୍ଯ୍ୟ କରିଥିଲେ । ୨୦୨୪ ସାଧାରଣ ନିର୍ବାଚନରେ ବିଜେପି ୧୪୭ ଟି ଆସନରୁ ୭୮ ଟି ଆସନ ପାଇ ସଂଖ୍ୟା ଗରିଷ୍ଠତା ହାସଲ କରିଥିଲା ଓ ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ଵ ନେଇଥିଲେ । ଓଡ଼ିଶାରେ ସାନ୍ତାଳ ଆଦିବାସୀ ସମ୍ପ୍ରଦାୟର ପ୍ରଥମ ବ୍ୟକ୍ତି…

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |