ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପିପିଲିଠାରେ ପ୍ରାୟ ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ‘ପିପିଲି ଚାନ୍ଦୁଆ ହସ୍ତଶିଳ୍ପ ହବ୍’ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।
04 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପିପିଲିଠାରେ ପ୍ରାୟ ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ‘ପିପିଲି ଚାନ୍ଦୁଆ ହସ୍ତଶିଳ୍ପ ହବ୍’ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।

ଓଡ଼ିଶାର କଳା, ଐତିହ୍ୟ ଓ ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପ୍ରତୀକ ପିପିଲି ଚାନ୍ଦୁଆ ଶିଳ୍ପର ବିକାଶ ପାଇଁ ଆଜି ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପିପିଲିଠାରେ ପ୍ରାୟ ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ‘ପିପିଲି ଚାନ୍ଦୁଆ ହସ୍ତଶିଳ୍ପ ହବ୍’ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।
ପିପିଲି ଚାନ୍ଦୁଆ କେବଳ ଏକ ହସ୍ତଶିଳ୍ପ ନୁହେଁ, ଏହା ଓଡ଼ିଆ ଜାତିର ସ୍ୱାଭିମାନ ଓ ‘ଓଡ଼ିଆ ଅସ୍ମିତା’ର ପରିଚୟ। ଏହି କଳା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବା ଓ ରଥଯାତ୍ରା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ପିପିଲି ଚାନ୍ଦୁଆକୁ ବିଶ୍ୱ ବଜାର ସହ ଯୋଡ଼ିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
ଏହି ପ୍ରକଳ୍ପ ଦ୍ୱାରା ପିପିଲି ଓ ଆଖପାଖ ଅଞ୍ଚଳର ୬ ହଜାରରୁ ଅଧିକ କାରିଗର ସିଧାସଳଖ ଉପକୃତ ହେବେ। କାରିଗରମାନଙ୍କୁ ସୁଲଭ ମୂଲ୍ୟରେ କଞ୍ଚାମାଲ ଯୋଗାଇବା ପାଇଁ ଏଠାରେ ଏକ 'କଞ୍ଚାମାଲ୍ ବ୍ୟାଙ୍କ' ସ୍ଥାପନ କରାଯିବ। ଏହାସହ ଇ-କମର୍ସ ଯୁଗକୁ ଲକ୍ଷ୍ୟ କରି କାରିଗର, ବିଶେଷ କରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମା’ ଓ ଭଉଣୀମାନଙ୍କୁ ଡିଜିଟାଲ୍ ମାର୍କେଟିଂ ଏବଂ ପ୍ୟାକେଜିଂର ପ୍ରଶିକ୍ଷଣ ଦିଆଯାଇ ସଶକ୍ତ କରାଯିବ। ଏହା ଦ୍ୱାରା ଐତିହ୍ୟର ସଂରକ୍ଷଣ ହେବା ସହ କାରିଗରମାନଙ୍କ ଅର୍ଥନୈତିକ ଅଭିବୃଦ୍ଧିକୁ ଗତି ମିଳିବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧