ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଓଡ଼ିଶାର କ୍ରୀଡ଼ା ମାନଚିତ୍ରରେ ସ୍ୱତନ୍ତ୍ର ପରିଚୟ ବହନ କରୁଥିବା ସମ୍ବଲପୁର ଫୁଟବଲ ଏକାଡେମୀ ପରିଦର୍ଶନ କରି ଏହାର ଭିତ୍ତିଭୂମିର ବିକାଶ ଓ ଆଧୁନିକୀକରଣର ମାନକୁ ପ୍ରଶଂସା କରିଛନ୍ତି ।
06 Jun, 2026

ଏକାଡେମୀ ପରିସରରେ ୧୫ କୋଟି ଟଙ୍କା ବ୍ୟୟରେ ଆରମ୍ଭ ହୋଇଥିବା ଆନ୍ତର୍ଜାତିକ ମାନର ୩ଟି FIFA ଷ୍ଟାଣ୍ଡାର୍ଡର ଫୁଟବଲ୍‍ ପଡ଼ିଆ ଏବଂ ୨ଟି ଅତ୍ୟାଧୁନିକ ଫୁଟବଲ୍‍ ପଡ଼ିଆ ସ୍ଥାପନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ‘ସିଏମ୍ କପ୍’ରୁ ତୃଣମୂଳ ସ୍ତରରେ ମନୋନୀତ ହେଉଥିବା ୧୪ ବର୍ଷରୁ କମ୍ ବୟସର ୩୦ ଜଣ ପ୍ରତିଭାବାନ ପିଲାଙ୍କୁ ଉଚ୍ଚକୋଟୀର ଆବାସିକ ତାଲିମ ସହ ନିକଟସ୍ଥ ଶିକ୍ଷାନୁଷ୍ଠାନ ମାନଙ୍କରେ ଗୁଣାତ୍ମକ ଶିକ୍ଷା ଗ୍ରହଣର ସମ୍ପୂର୍ଣ୍ଣ ବ୍ୟବସ୍ଥା ମଧ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି । 
ଉନ୍ନତ କ୍ରୀଡ଼ା ଭିତ୍ତିଭୂମି ଓ ଉପଯୁକ୍ତ ପ୍ରଶିକ୍ଷଣ ଜରିଆରେ ସମ୍ବଲପୁର ଫୁଟବଲ ଏକାଡେମୀ ଆଗାମୀ ଦିନରେ ଓଡ଼ିଶା ପାଇଁ କ୍ରୀଡ଼ା କ୍ଷେତ୍ରରେ ଆହୁରି ଅନେକ ଗୌରବ ଓ ସଫଳତା ଆଣିବ ବୋଲି ଦୃଢ଼ ଆଶା ପ୍ରକାଶ କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧