ଜିଲ୍ଲାର ସାମଗ୍ରିକ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରାୟ ₹୧,୩୩୧ କୋଟି ବ୍ୟୟ ଅଟକଳରେ ମୋଟ ୧୮୭ଟି ପ୍ରକଳ୍ପର ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ ଓ ନୂତନ ଘୋଷଣା କରିଛନ୍ତି।
29 Apr, 2026

ଜିଲ୍ଲାର ସାମଗ୍ରିକ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରାୟ ₹୧,୩୩୧ କୋଟି ବ୍ୟୟ ଅଟକଳରେ ମୋଟ ୧୮୭ଟି ପ୍ରକଳ୍ପର ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ ଓ ନୂତନ ଘୋଷଣା କରିଛନ୍ତି।

 ଗମନାଗମନ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ସହ ଜିଲ୍ଲାବାସୀଙ୍କୁ ଉନ୍ନତ ସାଧାରଣ ପରିବହନ ସେବା ଯୋଗାଇଦେବା ପାଇଁ ୨୫ଟି ଅତ୍ୟାଧୁନିକ ଇ-ବସ ସହିତ ₹୧୭ କୋଟି ବ୍ୟୟରେ ନିର୍ମିତ 'ଆମ ବସ' ଡିପୋର ମଧ୍ୟ ଲୋକାର୍ପଣ କରିଛନ୍ତି। କେବଳ ପରିବହନ ନୁହେଁ, ବରଂ ମହିଳା ସଶକ୍ତିକରଣ କ୍ଷେତ୍ରରେ ମଧ୍ୟ ଏହି ପ୍ରକଳ୍ପ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହୋଇଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି।
କେନ୍ଦୁଝରର ପ୍ରଗତିଶୀଳ ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ-
✅ ଇ-ବସ୍ ପରିବହନ ସେବାରେ ନିଯୁକ୍ତ ପ୍ରାୟ ୧୫୦ ଜଣଙ୍କ ମଧ୍ୟରେ ୩୦ ଜଣ ମହିଳା ଗାଇଡ୍ ଏବଂ ୨ ଜଣ ମହିଳା ଡ୍ରାଇଭର ସାମିଲ
✅ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ପ୍ରାୟ ₹୭୦୫ କୋଟିର ୬୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ
✅ପ୍ରାୟ ₹୨୫୧ କୋଟି ବ୍ୟୟରେ ନିର୍ମିତ ୨୪ଟି ପ୍ରକଳ୍ପକୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ
✅୧୦୧ଟି ନୂତନ ପ୍ରକଳ୍ପ ପାଇଁ ପ୍ରାୟ ₹୩୭୫ କୋଟିର ପ୍ୟାକେଜ୍ ଘୋଷଣା
ଅତ୍ୟାଧୁନିକ ଇ-ବସ ଚଳାଚଳ ଭଳି ପଦକ୍ଷେପ ସହରୀ ପରିବହନ ବ୍ୟବସ୍ଥାରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ। ନାରୀ ଶକ୍ତିର ସହଭାଗିତାରେ ଆରମ୍ଭ ହୋଇଥିବା ଏହି ସେବା ଛାତ୍ରଛାତ୍ରୀ ଓ ଶ୍ରମିକମାନଙ୍କ ପାଇଁ ବେଶ୍ ସହାୟକ ହେବ। ପରିବେଶ ଦୃଷ୍ଟିକୋଣରୁ ଏହି ଇ-ବସ୍ ସେବା ବାର୍ଷିକ ପ୍ରାୟ ୩୩୦ ରୁ ୩୯୦ ଟନ୍ କାର୍ବନ ନିର୍ଗମନ ହ୍ରାସ କରିବାରେ ସହାୟକ ହେବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ଏଥିସହ ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ ଓ ଘୋଷଣା ହୋଇଥିବା ପ୍ରକଳ୍ପ ଜିଲ୍ଲାର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ କେନ୍ଦୁଝରକୁ  ଶ୍ରେଷ୍ଠ ସମୃଦ୍ଧ ଜିଲ୍ଲା ଭାବେ ଗଢ଼ିତୋଳିବାରେ ବଳିଷ୍ଠ ଭୂମିକା ଗ୍ରହଣ କରିବ ବୋଲି ମଧ୍ୟ ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
“ଆସନ୍ତା ୧୦ ବର୍ଷ ହେଉଛି ଓଡ଼ିଶା ପାଇଁ ସଂକଳ୍ପର ଦଶକ। ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ କେନ୍ଦୁଝରର ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରହିବ।"

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |