• ମହାନଦୀ ଜଳ ବିବାଦର ସ୍ଥାୟୀ ସମାଧାନ ଦିଗରେ ଓଡ଼ିଶା-ଛତିଶଗଡ଼ର ଗୁରୁତ୍ୱପୂର୍ଣ୍ଣ ବୈଠକ

30 Jul, 2026

ମହାନଦୀ ଜଳ ବିବାଦର ସ୍ଥାୟୀ ସମାଧାନ ଦିଗରେ ଓଡ଼ିଶା-ଛତିଶଗଡ଼ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ନୂଆଦିଲ୍ଲୀଠାରେ ମାନ୍ୟବର କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଶ୍ରୀ ସି. ଆର. ପାଟିଲଙ୍କ ଅଧ୍ୟକ୍ଷତାରେ ଏବଂ ଛତିଶଗଡ଼ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେବ ସାଏଙ୍କ ଉପସ୍ଥିତିରେ ମହାନଦୀ ଜଳବଣ୍ଟନ ଓ ପରିଚାଳନା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଲି ।

ଏହି ବୈଠକରେ ଓଡ଼ିଶାର ଅଧିକାର, ଚାଷୀକୂଳଙ୍କ ଭବିଷ୍ୟତ ଏବଂ ରାଜ୍ୟର ଜଳସମ୍ପଦର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆମର ପକ୍ଷ ଦୃଢ଼ତାର ସହ ଉପସ୍ଥାପନ କରାଯାଇଛି । ଉଭୟ ରାଜ୍ୟ ମଧ୍ୟରେ ଗଠନମୂଳକ ଆଲୋଚନା, ପାରସ୍ପରିକ ସହଯୋଗ ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଭିମୁଖ୍ୟ ମାଧ୍ୟମରେ ମହାନଦୀ ଜଳ ସମସ୍ୟାର ଏକ ସ୍ଥାୟୀ, ଆପୋଷ ଓ ସନ୍ତୋଷଜନକ ସମାଧାନ ବାହାର କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |