• ଟ୍ୱିନ୍ ସିଟିର ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
  • ଟ୍ୱିନ୍ ସିଟିର ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
18 Aug, 2026

ଟ୍ୱିନ୍ ସିଟିର ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ଯାତାୟାତ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସହରଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି । ନଗରବାସୀଙ୍କ ଯାତାୟାତକୁ ସୁଗମ ଓ ସୁରକ୍ଷିତ କରିବା ପାଇଁ ଟ୍ୱିନ୍ ସିଟିର ସମସ୍ତ ଖରାପ ରାସ୍ତା ଓ ପ୍ରମୁଖ ଟ୍ରାଫିକ୍ ଜଙ୍କସନ୍‌ଗୁଡ଼ିକର ତୁରନ୍ତ ମରାମତି କରିବା ସହ ସ୍ମାର୍ଟ ଟ୍ରାଫିକ୍ ସିଷ୍ଟମ୍‌କୁ ଅଧିକ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି ।

ଉକ୍ତ ବୈଠକରେ, କଟକ-ଭୁବନେଶ୍ୱର ଦେଇ ପୁରୀ ଯାଉଥିବା ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କ ନିରବଚ୍ଛିନ୍ନ ଯାତାୟାତ ପାଇଁ ବିକଳ୍ପ ୮-ଲେନ୍ ବିଶିଷ୍ଟ ପ୍ରଶସ୍ତ ରାସ୍ତା ନିର୍ମାଣ, ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଫ୍ଲାଏଓଭର ଏବଂ ବେଆଇନ୍ ପାର୍କିଂ ଉଚ୍ଛେଦ ଉପରେ ମୁଖ୍ୟମନ୍ତ୍ରୀ ବିଶେଷ ଭାବରେ ଆଲୋଚନା କରିଥିଲେ । ଟ୍ୱିନ୍ ସିଟିର ନବକଳେବର ତଥା ଟ୍ରାଫିକ୍ ଜାମ୍-ମୁକ୍ତ ସହର ଗଠନ ପାଇଁ ପୋଲିସ କମିଶନରେଟ୍, ନଗର ଉନ୍ନୟନ ଏବଂ ପୂର୍ତ୍ତ ବିଭାଗକୁ ପରସ୍ପର ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି ମିଳିମିଶି କାର୍ଯ୍ୟ କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |