21 Jun, 2026
ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ଭବ୍ୟ ଗଣ-ଯୋଗାଭ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି।

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ଭବ୍ୟ ଗଣ-ଯୋଗାଭ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି।

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ଭବ୍ୟ ଗଣ-ଯୋଗାଭ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି। ‘ଯୋଗ’କୁ ମୁଖ୍ୟମନ୍ତ୍ରୀ ଶାରୀରିକ, ବୌଦ୍ଧିକ ଓ ଆଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ ଭାବେ ଅଭିହିତ କରିଛନ୍ତି। 
ଚଳିତ ବର୍ଷ ଯୋଗ ଦିବସର ବିଷୟବସ୍ତୁ "Yoga for Healthy Ageing" ବା "ନିରୋଗ ଓ ସୁସ୍ଥ ଜୀବନ ପାଇଁ ଯୋଗ"। ଏହା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୟସ ବଢ଼ିବା ସହିତ ଶରୀରରେ ଦେଖାଦେଉଥିବା ବିଭିନ୍ନ ଶାରୀରିକ ଓ ମାନସିକ ସମସ୍ୟାର ସମାଧାନ ଯୋଗ ଏବଂ ପ୍ରାଣାୟାମ ମାଧ୍ୟମରେ ସମ୍ଭବ। ଏହି ଅବସରରେ କୋଲକାତାରୁ ପ୍ରସାରିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ଅନୁଷ୍ଠିତ ଲାଇଭ୍ (Live)  ଯୋଗ କାର୍ଯ୍ୟକ୍ରମରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧