• ଗଭୀର ଅବପାତଜନିତ ପ୍ରବଳ ବର୍ଷା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଧନଜୀବନ ସୁରକ୍ଷାକୁ ସର୍ବୋଚ୍ଚ ଗୁରୁତ୍ୱ
23 Sep, 2026

ଗଭୀର ଅବପାତଜନିତ ପ୍ରବଳ ବର୍ଷା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଧନଜୀବନ ସୁରକ୍ଷାକୁ ସର୍ବୋଚ୍ଚ ଗୁରୁତ୍ୱ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଏହାର ମୁକାବିଲା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ସମସ୍ତ ସମ୍ପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ସର୍ବୋଚ୍ଚ ସ୍ତରର ସଜାଗତା ବଜାୟ ରଖିବା ସହ ଲୋକଙ୍କ ଧନଜୀବନ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

✅ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ୩୩ଟି ODRAF ଟିମ୍ ସହ NDRF ଓ ଅଗ୍ନିଶମ ବାହିନୀକୁ ପୂର୍ଣ୍ଣ ପ୍ରସ୍ତୁତ ରଖାଯାଇଛି ଏବଂ ଛତ୍ରପୁରରେ ଆଉ ୯ଟି ଟିମ୍ ରିଜର୍ଭ ରହିଛି ।
✅ ଜିଲ୍ଲା ଓ ବ୍ଲକ୍ ସ୍ତରୀୟ କଣ୍ଟ୍ରୋଲ୍ ରୁମ୍ ୨୪x୭ କାର୍ଯ୍ୟକ୍ଷମ କରାଯାଇଛି।
✅ ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ, ଆଶ୍ରୟସ୍ଥଳ ପ୍ରସ୍ତୁତି ସହ ଶୁଖିଲା ଖାଦ୍ୟ, ଶିଶୁ ଖାଦ୍ୟ, ଔଷଧ ଓ ପାନୀୟ ଜଳ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ରଖାଯାଇଛି ।
✅ ସମୁଦ୍ର ଅଶାନ୍ତ ଥିବାରୁ ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି ଏବଂ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।
✅ ନଦୀ ଓ ପ୍ରମୁଖ ଜଳାଶୟର ଜଳସ୍ତର ଉପରେ ନିରନ୍ତର ନଜର ରଖାଯାଇଛି ଏବଂ ସହରାଞ୍ଚଳରେ ଜଳବନ୍ଦୀ ସ୍ଥିତିର ମୁକାବିଲା ପାଇଁ ଡି-ୱାଟରିଂ ପମ୍ପ ମୁତୟନ କରାଯାଇଛି ।

ରାୟଗଡ଼, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ପ୍ରଶାସନ ସ୍ଥିତି ଉପରେ କଡ଼ା ନଜର ରଖିଛି। ସମସ୍ତ ନାଗରିକଙ୍କୁ ସତର୍କ ରହିବା ସହ ପ୍ରଶାସନର ସୂଚନା ଓ ନିର୍ଦ୍ଦେଶାବଳୀ ପାଳନ କରିବାକୁ ଅନୁରୋଧ କରାଯାଉଛି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |