ଗଞ୍ଜାମ ଜିଲ୍ଲାର ପବିତ୍ର ତାରା ତାରିନୀ ପୀଠ ନିକଟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା "ମୁଖ୍ୟମନ୍ତ୍ରୀ କାନିଆ ବିବାହ" ଯୋଜନା ର ଶୁଭାରମ୍ଭ କରିଛନ୍ତି।
03 Feb, 2026

ଗଞ୍ଜାମ ଜିଲ୍ଲାର ପବିତ୍ର ତାରା ତାରିନୀ ପୀଠ ନିକଟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା "ମୁଖ୍ୟମନ୍ତ୍ରୀ କାନିଆ ବିବାହ" ଯୋଜନା ର ଶୁଭାରମ୍ଭ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ  ମୋହନ ଚରଣ ମାଝୀ ଗଞ୍ଜାମର ମା' ତାରା ତାରିଣୀଙ୍କ ପବିତ୍ର ପୀଠରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ କରିଛନ୍ତି । 'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା' କେବଳ ଏକ ସାଧାରଣ ଜନମଙ୍ଗଳକାରୀ ଯୋଜନା ନୁହେଁ, ଏହା ସାମାଜିକ ସୁରକ୍ଷାକୁ ମଜଭୁତ୍ କରିବା ପାଇଁ ରାଜ୍ୟ ସରକାରଙ୍କର ଏକ ଅଭିନବ ପ୍ରୟାସ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
ମା’ ତାରା ତାରିଣୀଙ୍କ ପୀଠରେ ଏହି ଯୋଜନାର ଶୁଭାରମ୍ଭ କରାଯାଇ ୨୦୧ ଜଣ କନ୍ୟାଙ୍କ ଶୁଭ ବିବାହ ସମ୍ପନ୍ନ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମର ଲକ୍ଷ୍ୟ ହେଉଛି ଏପରି ଏକ ଓଡ଼ିଶା ଗଢ଼ିବା ଯେଉଁଠି କୌଣସି କନ୍ୟା ଆର୍ଥିକ ଦୁର୍ବଳତା କିମ୍ବା ସାମାଜିକ ଚାପ ହେତୁ ବିବାହର ପ୍ରାପ୍ତ ବୟସ ପୂର୍ବରୁ ବିବାହ କରିବାକୁ ବାଧ୍ୟ ହେବେ ନାହିଁ । ଆହୁରି ମଧ୍ୟ ଏହି ଯୋଜନା ସମାଜକୁ ଏକ ନୂତନ ବାର୍ତ୍ତା ଦେବ ଯେ, ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ସେମାନେ ହେଉଛନ୍ତି ଭଗବାନଙ୍କ ଆଶୀର୍ବାଦ।
‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ରେ ସାମିଲ୍ ହେବା ପାଇଁ :- 
✅ କନ୍ୟାଙ୍କ ବୟସ ୧୮ରୁ ୩୫ ବର୍ଷ ଏବଂ ବରଙ୍କ ବୟସ ୨୧ରୁ ୩୫ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ 
✅ ସେମାନେ ଓଡ଼ିଶାର ସ୍ଥାୟୀ ବାସିନ୍ଦା ହୋଇଥିବେ
✅ ଏହି ଯୋଜନାରେ ଯୋଗ୍ୟ କନ୍ୟାଙ୍କୁ ୬୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଉଛି
✅ ୪୫ ହଜାର ଟଙ୍କା ସିଧାସଳଖ କନ୍ୟାଙ୍କ  ବ୍ୟାଙ୍କ ଆକାଉଣ୍ଟକୁ ଏବଂ ୧୫ ହଜାର ଟଙ୍କା ବିବାହ କାର୍ଯ୍ୟ ସମ୍ପାଦନ ପାଇଁ ଖର୍ଚ୍ଚ କରାଯାଉଛି 
✅ ଯୋଗ୍ୟ ଦମ୍ପତ୍ତିମାନଙ୍କୁ ଜିଲ୍ଲା/ବ୍ଲକସ୍ତରରୁ ଚୟନ କରାଯାଇଛି 
"ଏହି ଯୋଜନା ମୁଖ୍ୟତଃ ଆର୍ଥିକ ଦୁର୍ବଳ ଶ୍ରେଣୀର ପରିବାରଙ୍କ ଉପରେ ବିବାହର ଆର୍ଥିକ ଭାର ଲାଘବ କରିବା ସହିତ ମହିଳାଙ୍କ ସମ୍ମାନ, ସାମାଜିକ ସୁରକ୍ଷା, ବିଧବା ପୁନଃ ବିବାହକୁ ଉତ୍ସାହିତ କରିବା, ଯୌତୁକ ପ୍ରଥାକୁ ନିବାରଣ କରିବା ଦିଗରେ ବହୁ ପରିମାଣରେ ସହାୟକ ହେବ।"

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |