କେନ୍ଦ୍ର ସରକାରଙ୍କ ସେବା ଓ ସମର୍ପଣର ୧୨ ବର୍ଷ ଏବଂ ତୃତୀୟ ପାଳିର ଦ୍ଵିତୀୟ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ ଙ୍କ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି ।
09 Jun, 2026

କେନ୍ଦ୍ର ସରକାରଙ୍କ ସେବା ଓ ସମର୍ପଣର ୧୨ ବର୍ଷ ଏବଂ ତୃତୀୟ ପାଳିର ଦ୍ଵିତୀୟ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ ଙ୍କ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି ।

କେନ୍ଦ୍ର ସରକାରଙ୍କ ସେବା ଓ ସମର୍ପଣର ୧୨ ବର୍ଷ ଏବଂ ତୃତୀୟ ପାଳିର ଦ୍ଵିତୀୟ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ନିରନ୍ତର ସ୍ୱଚ୍ଛ ସେବା, ସୁଦୃଢ଼ ସୁଶାସନ ଓ ବ୍ୟାପକ ଗରିବ କଲ୍ୟାଣର ଅଭିଯାତ୍ରାର ୧୨ ବର୍ଷ ଏବଂ ତୃତୀୟ ପାଳିର ଦୁଇଟି ଅସାଧାରଣ, ସଫଳ ବର୍ଷ ପୂର୍ଣ୍ଣ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 
କେନ୍ଦ୍ର ଓ ରାଜ୍ୟର ମିଳିତ ପ୍ରୟାସରେ ରାଜ୍ୟର ବିକାଶ ତ୍ୱରାନ୍ୱିତ ହେଉଥିବାବେଳେ ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ପ୍ରଗତି ଏବଂ ପ୍ରମୁଖ ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଯୋଗାଯୋଗ, ଶିଳ୍ପ, ଭିତ୍ତିଭୂମି, କୃଷି, ନାରୀ ସଶକ୍ତିକରଣ ଏବଂ ସାମାଜିକ ସୁରକ୍ଷା କ୍ଷେତ୍ରରେ କେନ୍ଦ୍ରୀୟ ଯୋଜନାର ଦୃଢ଼ ରୂପାୟନ ମାଧ୍ୟମରେ ପ୍ରତିଟି ନାଗରିକଙ୍କୁ ସଶକ୍ତ କରାଯାଉଛି । ରେଳ ବଜେଟ୍‍ର ଅଭିବୃଦ୍ଧି, ସାଗରମାଳା ପ୍ରକଳ୍ପ, ପିଏମ୍ କିଷାନ, ଲକ୍ଷପତି ଦିଦି ଏବଂ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଭଳି ଯୁଗାନ୍ତକାରୀ କାର୍ଯ୍ୟକ୍ରମ ରାଜ୍ୟର ସାମଗ୍ରିକ ବିକାଶକୁ ସୁଦୃଢ଼ ଭିତ୍ତିଭୂମି ପ୍ରଦାନ କରିଛି । କେନ୍ଦ୍ର ସରକାରଙ୍କ ସହଯୋଗୀ ମାର୍ଗଦର୍ଶନ ଓ ଲୋକଙ୍କ ସରକାରଙ୍କ ନିଷ୍ଠାପର କାର୍ଯ୍ୟଶୈଳୀ ଦ୍ୱାରା ଓଡ଼ିଆ ଅସ୍ମିତାର ସୁରକ୍ଷା ସହ ୨୦୩୬ ସୁଦ୍ଧା ଏକ ସମୃଦ୍ଧ, ସ୍ୱାବଲମ୍ବୀ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଏହି ପ୍ରତିଶ୍ରୁତିବଦ୍ଧ ଯାତ୍ରା ନିରନ୍ତର ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧