କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ର ଉଦ୍‌ଘାଟନ କରିଛନ୍ତି ।
12 Dec, 2025

କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ର ଉଦ୍‌ଘାଟନ କରିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ର ଉଦ୍‌ଘାଟନ କରିଛନ୍ତି ।  ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏହା ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଏହି ଅବସରରେ ରାଜ୍ୟରେ ଉନ୍ନତ ଅଣ୍ଡରୱାଟର ଉଦ୍ଧାର ତାଲିମକୁ ବ୍ୟାପକ କରିବାକୁ ଅତ୍ୟାଧୁନିକ ସ୍କୁବା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବାବେଳେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ମଧ୍ୟରେ ବୁଝାମଣା ପତ୍ର ମଧ୍ଯ ସ୍ଵାକ୍ଷରିତ ହୋଇଛି।
ଜଳ ସୁରକ୍ଷା, ଲାଇଫ ଗାର୍ଡ ତାଲିମ ଏବଂ ଉପକୂଳବର୍ତ୍ତୀ ସହନଶୀଳତା ପାଇଁ  OSWALI ପ୍ରତିଷ୍ଠାନ ଏକ ଉତ୍ସର୍ଗୀକୃତ ଜାତୀୟ ତଥା ଅନ୍ତର୍ଜାତୀୟ କେନ୍ଦ୍ର ଭାବରେ ଉଭା ହେବ ଏବଂ ପ୍ରାକୃତିକ ବିପର୍ଯ୍ୟୟ ତଥା ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହେଉଥିବା ବର୍ଦ୍ଧିତ ବିପଦକୁ ମୁକାବିଲା କରିବା ପାଇଁ ଓଡ଼ିଶାର କ୍ଷମତାକୁ ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |