ଲୋକଙ୍କ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରକୁ ନିରାଡମ୍ବର ଭାବେ ପାଳନ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି ।
14 May, 2026

ଲୋକଙ୍କ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରକୁ ନିରାଡମ୍ବର ଭାବେ ପାଳନ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି ।

ଲୋକଙ୍କ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରକୁ ନିରାଡମ୍ବର ଭାବେ ପାଳନ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି । ବ୍ୟାପକ ଉତ୍ସବ ପାଳନ ବଦଳରେ ୨ ବର୍ଷର ଉପଲବ୍ଧି ଉପରେ ଅଧିକ ଫୋକସ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି। 
ସରକାରଙ୍କ ଏହି ଉପଲବ୍ଧି ହେଉଛି ଲୋକଙ୍କ ପାଇଁ, ତେଣୁ ଏହି ସଫଳତା ଯେପରି ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚିବ ସେଥିପାଇଁ ପଦକ୍ଷେପ ନିଆଯାଇଛି । ଆଗାମୀ ଜୁନ୍ ୧୨ ତାରିଖରେ ରାଜ୍ୟ ସରକାରଙ୍କର ୨ ବର୍ଷ ପୂର୍ତ୍ତି ପାଳନ କରାଯିବ। ଏଥିପାଇଁ ଜୁନ୍ ୧୨ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।  ବିଭିନ୍ନ ବିଭାଗର ସଫଳତାକୁ ସନ୍ନିବେଶିତ କରି ଶକ୍ତି ଓଡ଼ିଶା, ସମୃଦ୍ଧ କୃଷି ଓଡ଼ିଶା, ସୁସ୍ଥ ଓଡ଼ିଶା, ନିର୍ମାଣ ଓଡ଼ିଶା, ଉତ୍କର୍ଷ ଓଡ଼ିଶା, ଜନଶକ୍ତି ଓଡ଼ିଶା ଏବଂ କୌଶଳ ଓଡ଼ିଶା ଆଦି ଏହି ୭ଟି ଥିମ୍‌ରେ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିବ । ଏଥିସହିତ ୨୦୨୬ରୁ ୨୦୩୬ ପର୍ଯ୍ୟନ୍ତ ସରକାରଙ୍କ ଲକ୍ଷ୍ୟ ଏବଂ ଆଭିମୁଖ୍ୟ ଗୁଡ଼ିକ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ୍ ରହିବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |