ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ବଡ଼ବିଲ୍ ବାଇପାସ ରିଙ୍ଗରୋଡ଼’ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
13 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ବଡ଼ବିଲ୍ ବାଇପାସ ରିଙ୍ଗରୋଡ଼’ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ପ୍ରତିଶ୍ରୁତି ପୂରଣ ହେଉଛି, ଗୁଣାତ୍ମକ ଜନସେବା ସହ ‘ସମୃଦ୍ଧ କେନ୍ଦୁଝର’ ର ଭିତ୍ତି ମଜଭୁତ ହେଉଛି 
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ବଡ଼ବିଲ୍ ବାଇପାସ ରିଙ୍ଗରୋଡ଼’ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ବଡ଼ବିଲ ଅଞ୍ଚଳବାସୀଙ୍କ ବହୁ ପ୍ରତିକ୍ଷିତ ସ୍ବପ୍ନ ପୂରଣ କରିଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଇଁ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଶୁଭ ଉଦଘାଟନ ହୋଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ୨୯ କୋଟି ୪୧ ଲକ୍ଷ ବ୍ୟୟ ବରାଦରେ ୨୪ ଟି ପ୍ରକଳ୍ପର ଲୋକାର୍ପଣ କରିବା ସହିତ ୩୨୬ କୋଟି ୪୩ ଲକ୍ଷ ଟଙ୍କା ବ୍ୟୟ ବରାଦରେ ୫୧ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
କେନ୍ଦୁଝର ବା ବଡବିଲ୍ ପରି ସହରମାନଙ୍କ ଟ୍ରାଫିକ ଏବଂ ଭାରି ଯାନବାହାନ ଚଳାଚଳ ସମସ୍ୟା ହ୍ରାସ କରିବାକୁ ବଡ଼ବିଲ ସହର ପାଇଁ ୧୮ କିଲୋମିଟରରୁ ଊର୍ଦ୍ଧ୍ୱ ଲମ୍ବା ବାଇପାସ୍ ତଥା ରିଂ ରୋଡ୍ ର ଶିଳାନ୍ୟାସ କରାଗଲା। ଏହା ଦ୍ୱାରା ବଡବିଲ୍ ସହରର କଳେବର ମଧ୍ୟ ବୃଦ୍ଧିହେବ। ଏହାଦ୍ବାରା ଆମର ଅର୍ଥନୀତିକୁ ମଧ୍ୟ ଏହାର ଏକ ବଡ଼ ଅବଦାନ ରହିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |