ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ  ମାନ୍ୟବର କେନ୍ଦ୍ରୀୟ ଇଲେକ୍ଟ୍ରୋନିକ୍ସ ଓ ଆଇଟି ତଥା ରେଳ ମନ୍ତ୍ରୀ ଶ୍ରୀ ଅଶ୍ବିନୀ ବୈଷ୍ଣବ ଖୋର୍ଦ୍ଧା ଜିଲ୍ଲାର ଇନ୍‌ଫୋ ଭ୍ୟାଲିଠାରେ ପ୍ରତିଷ୍ଠିତ ସେମିକଣ୍ଡକ୍ଟର ସଂସ୍ଥା 3D Glass Solution ର ଅତ୍ୟାଧୁନିକ ଗ୍ଲାସ୍ ସବ୍‌ଷ୍ଟ୍ରେଟ୍ ପ୍ୟାକେଜିଂ ୟୁନିଟ୍ ପାଇଁ ଶିଳାନ୍ୟାସ କରିଛନ୍ତି ।
19 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର କେନ୍ଦ୍ରୀୟ ଇଲେକ୍ଟ୍ରୋନିକ୍ସ ଓ ଆଇଟି ତଥା ରେଳ ମନ୍ତ୍ରୀ ଶ୍ରୀ ଅଶ୍ବିନୀ ବୈଷ୍ଣବ ଖୋର୍ଦ୍ଧା ଜିଲ୍ଲାର ଇନ୍‌ଫୋ ଭ୍ୟାଲିଠାରେ ପ୍ରତିଷ୍ଠିତ ସେମିକଣ୍ଡକ୍ଟର ସଂସ୍ଥା 3D Glass Solution ର ଅତ୍ୟାଧୁନିକ ଗ୍ଲାସ୍ ସବ୍‌ଷ୍ଟ୍ରେଟ୍ ପ୍ୟାକେଜିଂ ୟୁନିଟ୍

ଓଡ଼ିଶାର ସେମିକଣ୍ଡକ୍ଟର ଯାତ୍ରାରେ ଯୋଡ଼ି ହେଲା ନୂଆ ଅଧ୍ୟାୟ
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ  ମାନ୍ୟବର କେନ୍ଦ୍ରୀୟ ଇଲେକ୍ଟ୍ରୋନିକ୍ସ ଓ ଆଇଟି ତଥା ରେଳ ମନ୍ତ୍ରୀ ଶ୍ରୀ ଅଶ୍ବିନୀ ବୈଷ୍ଣବ ଖୋର୍ଦ୍ଧା ଜିଲ୍ଲାର ଇନ୍‌ଫୋ ଭ୍ୟାଲିଠାରେ ପ୍ରତିଷ୍ଠିତ ସେମିକଣ୍ଡକ୍ଟର ସଂସ୍ଥା 3D Glass Solution ର ଅତ୍ୟାଧୁନିକ ଗ୍ଲାସ୍ ସବ୍‌ଷ୍ଟ୍ରେଟ୍ ପ୍ୟାକେଜିଂ ୟୁନିଟ୍ ପାଇଁ ଶିଳାନ୍ୟାସ କରିଛନ୍ତି ।
ଆଜିର ଶିଳାନ୍ୟାସ ପ୍ରକୃତରେ ଓଡ଼ିଶାରେ ଏକ ବ୍ୟାପକ ସମୃଦ୍ଧି ଆଣିବ। 3D Glass Solutionର ଗ୍ଲାସ୍ ସବ୍ ଷ୍ଟ୍ରେଟ ପ୍ୟାକେଜିଙ୍ଗ ୟୁନିଟ୍ ର ପ୍ରଡକ୍ଟ  ହେଉଛି ଦେଶରେ ପ୍ରଥମ ଏବଂ ଏହା ଓଡ଼ିଶାରେ ପ୍ରସ୍ତୁତ ହେବ। ଏହି ଟେକ୍ନୋଲୋଜି ଆଗକୁ ସେମିକଣ୍ଡକ୍ଟର ଶିଳ୍ପର ଭବିଷ୍ୟତ ଭାବେ ପ୍ରମାଣିତ ହେବ ବୋଲି ମାନ୍ୟବର କେନ୍ଦ୍ରମନ୍ତ୍ରୀ ଏହି ଅବସରରେ କହିଛନ୍ତି।
ଆଜିର ଦିନ କେବଳ ଓଡ଼ିଶା ପାଇଁ ନୁହେଁ, ଭାରତର ଟେକ୍ନୋଲୋଜିକାଲ ଲିଡରସିପ୍ ଯାତ୍ରା ପାଇଁ ଏକ ସ୍ମରଣୀୟ ମୁହୂର୍ତ୍ତ। ଏହି ପ୍ରକଳ୍ପ ଦେଶରେ ପ୍ରଥମ ଥର ପାଇଁ ଏକ ଆଡଭାନ୍ସଡ୍ 3D ଗ୍ଲାସ୍ ସବ୍‌ଷ୍ଟ୍ରେଟ୍ ପ୍ୟାକେଜିଂ ସୁବିଧା ସୃଷ୍ଟି କରିବ। ଏହି ୟୁନିଟ୍‌ରେ ଉତ୍ପାଦିତ କମ୍ପୋନେଣ୍ଟଗୁଡ଼ିକ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ, ହାଇ ପର୍ଫର୍ମାନ୍ସ କମ୍ପ୍ୟୁଟିଂ ଓ ପ୍ରତିରକ୍ଷା ଇଲେକ୍ଟ୍ରୋନିକ୍ସ ଭଳି ବିକାଶଶୀଳ କ୍ଷେତ୍ରରେ ଗୁରୁତ୍ୱ ଅର୍ଜନ କରିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
ପୂର୍ବ ଭାରତରେ ଓଡ଼ିଶା ଆତ୍ମନିର୍ଭର ଭାରତର ଲଞ୍ଚପ୍ୟାଡ୍ ହେବ। ପ୍ରାୟ ୨ ହଜାର କୋଟି ଟଙ୍କା ନିବେଶରେ ସ୍ଥାପିତ ହେଉଥିବା ଏହି ପ୍ରକଳ୍ପ ବର୍ଷକୁ ୭୦ ହଜାର ଗ୍ଲାସ୍ ପ୍ୟାନେଲ, ୫୦ ମିଲିୟନ ଆସେମ୍ବଲ୍ଡ ୟୁନିଟ୍ ଏବଂ ୧୩,୨୦୦ ଅତ୍ୟାଧୁନିକ 3DHI ମଡ୍ୟୁଲ୍ ଉତ୍ପାଦନ କରିବ। ଏହା ଦ୍ୱାରା ରାଜ୍ୟରେ ପ୍ରାୟ ୨,୫୦୦ ନିଯୁକ୍ତି ସୃଷ୍ଟି ହେବ। ଏହା ଓଡ଼ିଶାର ଛାତ୍ରଛାତ୍ରୀ ଓ ଇଞ୍ଜିନିୟରମାନଙ୍କ ପାଇଁ ସୁବର୍ଣ୍ଣ ସୁଯୋଗର ସମୟ। ସେମାନେ ନିଜକୁ ଦକ୍ଷ କରି ଏହି ଉଦୟମାନ କ୍ଷେତ୍ରରେ ଅଗ୍ରସର ହେବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି।
"ବିଶ୍ୱ ସେମିକଣ୍ଡକ୍ଟର ଶିଳ୍ପ ପାଇଁ ଓଡ଼ିଶା ଏକ ଆଦର୍ଶ ଗନ୍ତବ୍ୟସ୍ଥଳୀ ଭାବେ ଉଭୁକ୍ତ ହୋଇଛି। ଆମ ପାଖରେ ସମ୍ବଳ ଅଛି, ପ୍ରତିଭା ଅଛି, ଭିତ୍ତିଭୂମି ଅଛି, ସଂକଳ୍ପ ଅଛି। ଆଗାମୀ ଦିନର ଟେକ୍ନୋଲୋଜି ଗଢ଼ିବାକୁ ଚାହୁଁଥିଲେ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |