ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି।
20 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ୨୧୦ କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ ଏକର ଅଞ୍ଚଳକୁ ଏହି ପ୍ରକଳ୍ପ ଜରିଆରେ ବିକଶିତ କରାଯିବ। ଏହି ପ୍ରକଳ୍ପକୁ ପର୍ଯ୍ୟଟକମାନଙ୍କ ପାଇଁ ଏକ ଜାତୀୟସ୍ତରର ଆକର୍ଷଣୀୟ କେନ୍ଦ୍ର ଭାବେ ଗଢ଼ି ତୋଳିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ବୈଠକରେ ଗୁରୁତ୍ୱ ଦେଇଛନ୍ତି।
ମହାନଦୀ କୂଳ ସୁରକ୍ଷା ପାଇଁ ଜଳ ସମ୍ପଦ ବିଭାଗ ପକ୍ଷରୁ ଯେଉଁ ନିର୍ମାଣ କାର୍ଯ୍ୟ ହେଉଛି, ସେହି ପ୍ରକଳ୍ପ ଗୁଡ଼ିକର ମଧ୍ୟ ସୌନ୍ଦର୍ଯ୍ୟକରଣ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହ ମାନ୍ୟବର ମୁଖ୍ୟମନ୍ତ୍ରୀ ଦ୍ୱିତୀୟ ପର୍ଯ୍ୟାୟ କାମ ବେଳେ ଧବଳେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ନିକଟସ୍ଥ ପଠାକୁ ବିକଶିତ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |