ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁରଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି।
08 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁରଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି।

ଶିଳ୍ପ ଅଭିବୃଦ୍ଧି ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପ୍ରତି ରାଜ୍ୟର ଦୃଢ଼ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଲୋକଙ୍କ ସରକାରଙ୍କ ଆଉ ଏକ ବଳିଷ୍ଠ ପଦକ୍ଷେପ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁରଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି। 
ଓଡ଼ିଶାରେ ଆରମ୍ଭ ହୋଇଛି ଦ୍ଵିତୀୟ ଶିଳ୍ପ ବିପ୍ଲବ
ନିବେଶ ଓ ନିଯୁକ୍ତି କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ
✅ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭାରମ୍ଭ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ 
✅ ସୃଷ୍ଟି ହେବ ୫୯,୦୦୦ ରୁ ଅଧିକ ନିଯୁକ୍ତି ସୁଯୋଗ 
✅ ଶିଳ୍ପପତିମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ରାଉଣ୍ଡଟେବୁଲ୍ ବୈଠକ, ସମସ୍ତ ପ୍ରକାର ଆବଶ୍ୟକ ସୁବିଧା ଯୋଗାଇ ଦିଆଯିବ 
✅ ଓଡ଼ିଶାରେ ନିଜ ଶିଳ୍ପ ସଂସ୍ଥାନମାନଙ୍କୁ ସମୃଦ୍ଧ କରିବା ସହିତ ସମୃଦ୍ଧ ଓଡ଼ିଶା ଗଠନରେ ସହାୟକ ହେବା ପାଇଁ ଉଦ୍ୟୋଗପତିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ 
ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଗ୍ରୀନ ଏନର୍ଜି ଉପକରଣ, ଧାତୁ ଏବଂ ଡାଉନଷ୍ଟ୍ରିମ୍ ଶିଳ୍ପ, ବୟନ ଏବଂ ପୋଷାକ ଶିଳ୍ପ , ପ୍ଲାଷ୍ଟିକ୍, ପର୍ଯ୍ୟଟନ, କୃଷି ଏବଂ ଖାଦ୍ୟ ପ୍ରକ୍ରିୟାକରଣ, ପ୍ରତିରକ୍ଷା ଉତ୍ପାଦନ, ଆଇଟି, ଅଟୋମୋବାଇଲ୍, ସିମେଣ୍ଟ ଶିଳ୍ପ ବିଭିନ୍ନ ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି, ଯାହା ରାଜ୍ୟର ଅର୍ଥନୀତିରେ ଦ୍ରୁତ ବିକାଶ ଆଣିବ।
"ଆଉ ସମ୍ଭାବନାର ରାଜ୍ୟ ନୁହେଁ , ଓଡ଼ିଶା ଏବେ ସମୃଦ୍ଧିର ସ୍ପର୍ଶ ଅନୁଭବ କରୁଛି"- ମାନ୍ୟବର ମୁଖ୍ୟମନ୍ତ୍ରୀ

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |