ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ଯୋଗ ଦେଇଛନ୍ତି।
16 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ଯୋଗ ଦେଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ଯୋଗ ଦେଇଛନ୍ତି। ଓଏମ୍‌ସି କେବଳ ଏକ ବ୍ୟବସାୟିକ ସଂସ୍ଥା ଭାବେ ନୁହେଁ, ବରଂ ଓଡିଶାର ଅର୍ଥନୈତିକ ବିକାଶର ଏକ ପ୍ରମୁଖ ସ୍ତମ୍ଭ ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛି। ନିଗମ ତାର ଲାଭାଂଶର ଏକ ବଡ଼ଭାଗ ରାଜ୍ୟ ସରକାରଙ୍କୁ ନିୟମିତ ଭାବେ ପ୍ରଦାନ କରି ରାଜ୍ୟର ଶିଳ୍ପାୟନ ଓ ଅର୍ଥନୈତିକ ବିକାଶ ଦିଗରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଏପରିକି ରାଜ୍ୟରେ ମୂଲ୍ୟବାନ୍ ଖଣିଜ ସମ୍ପଦକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରି ଓଏମ୍‌ସି ଆଜି ରାଜ୍ୟ ଓ ଦେଶର ସମୃଦ୍ଧିରେ ଅତୁଳନୀୟ ଅବଦାନ ରଖୁଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
ଏଥିସହ ମାନ୍ୟବର ମୁଖ୍ୟମନ୍ତ୍ରୀ କାଳିଆପାଣି ଠାରେ ନବନିର୍ମିତ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ, ଖଣି ଅଞ୍ଚଳ ବାସୀଙ୍କ ପାଇଁ ୮ଟି ଅତ୍ୟାଧୁନିକ Basic Life Support Ambulance, ସମନ୍ବିତ ପରିଚାଳନା ଓ ଅନୁଧ୍ୟାନ କେନ୍ଦ୍ର ଏବଂ ଓ-ସ୍ବାସ୍ଥ୍ୟ ନାମକ ଏକ ଡିଜିଟାଲ୍ ସ୍ବାସ୍ଥ୍ୟ ପରିଚାଳନା ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି ସମସ୍ତ ପଦକ୍ଷେପ ଖଣି ଅଞ୍ଚଳରେ ଜନସାଧାରଣଙ୍କ କଲ୍ୟାଣ ଦିଗରେ ବେଶ୍ ସହାୟକ ହେବ ବୋଲି ଆଶା ପ୍ରକଟ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |