ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓୟୁଏଟି, ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ-୨୦୨୬ ଅବସରରେ ଯୋଗ ଦେଇଛନ୍ତି।
01 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓୟୁଏଟି, ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ-୨୦୨୬ ଅବସରରେ ଯୋଗ ଦେଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓୟୁଏଟି, ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ-୨୦୨୬ ଅବସରରେ ଯୋଗ ଦେଇ ଭାଷାଭିତ୍ତିକ ରାଜ୍ୟ ଗଠନରେ ଓଡ଼ିଶାର ଗୌରବମୟ ଇତିହାସ, ଅସ୍ମିତା ଓ ସଂକଳ୍ପକୁ ସ୍ମରଣ କରିବା ସହ ରାଜ୍ୟ ଓ ବିଶ୍ୱର ବିଭିନ୍ନ ସ୍ଥାନରେ ବସବାସ କରୁଥିବା ସମସ୍ତ ଓଡ଼ିଆଙ୍କୁ ଆନ୍ତରିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।
୨୦୩୬ରେ ଓଡ଼ିଶା ୧୦୦ ବର୍ଷ ପୂରଣ କରିବା ସମୟରେ ରାଜ୍ୟକୁ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଦୃଢ଼ ସଂକଳ୍ପବଦ୍ଧ। ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆଜି ପ୍ରତ୍ୟେକ ଓଡ଼ିଆ ସମର୍ପିତ ମନୋଭାବ ନେଇ ଆଗକୁ ବଢ଼ୁଛନ୍ତି। ବିକାଶ ସହିତ ଓଡ଼ିଆ ଅସ୍ମିତାକୁ ସୁରକ୍ଷିତ ରଖିବାର ଆବଶ୍ୟକତା ଉଲ୍ଲେଖ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଆଗାମୀ ୧୦ ବର୍ଷକୁ ସଂକଳ୍ପର ଦଶକ ଭାବେ ଚିହ୍ନଟ କରି ସମସ୍ତଙ୍କୁ ସମୃଦ୍ଧ ଓଡ଼ିଶା ଗଠନରେ ସାମିଲ ହେବାକୁ ଆହ୍ୱାନ କରିଛନ୍ତି। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |