ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା କୁମାରବସ୍ତଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅବସରରେ ଯୋଗ ଦେଇଛନ୍ତି ।
07 Jun, 2026

‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ର ଭିତ୍ତିପ୍ରସ୍ତର ସ୍ଥାପନ:- 
✅ଦ୍ୱିତୀୟ ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୨୦୪ଟି ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ।
✅୩୨୨ଟି ଆଦର୍ଶ ବିଦ୍ୟାଳୟର ନିର୍ମାଣ ପ୍ରକ୍ରିୟା ଆରମ୍ଭ ।
✅୧୨ ହଜାର କୋଟି ଟଙ୍କା ବିନିଯୋଗରେ ରାଜ୍ୟବ୍ୟାପୀ ୨୨୦୦ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ ।
“ସତ୍ୟବାଦୀ ବକୁଳବନ ବିଦ୍ୟାଳୟ ଢାଞ୍ଚାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ବିକାଶ କରାଯିବ”– ମୁଖ୍ୟମନ୍ତ୍ରୀ
ପ୍ରାଥମିକ ଶିକ୍ଷା ହେଉଛି ଜଣେ ଛାତ୍ରର ଶିକ୍ଷାଗ୍ରହଣର ମୂଳଦୁଆ । ମୂଳଦୁଆ ଯେତିକି ସୁଦୃଢ଼ ହେବ, ପିଲାଙ୍କ ଭବିଷ୍ୟତ ସେତିକି ଉଜ୍ଜ୍ୱଳ ହେବ । ତେଣୁ, ଆମ ସରକାର ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହା ମାଧ୍ୟମରେ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷାର ବାତାବରଣ ସୁଦୃଢ଼ ଏବଂ ସଙ୍ଗଠିତ କରାଯିବ । ଅତ୍ୟାଧୁନିକ ଜ୍ଞାନକୌଶଳ ମାଧ୍ୟମରେ ପିଲାମାନଙ୍କୁ ଶିକ୍ଷା ଦିଆଯିବ । ପିଲାମାନେ ସର୍ବୋତ୍ତମ ଓ ଗୁଣାତ୍ମକ ମାନର ଶିକ୍ଷା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି । 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧