• ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ: ସାମାଜିକ କ୍ଷେତ୍ରର ବିକାଶ ଓ ସମସ୍ୟାର ତ୍ୱରିତ ସମାଧାନ ଉପରେ ଗୁରୁତ୍ୱ
08 Oct, 2026

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ: ସାମାଜିକ କ୍ଷେତ୍ରର ବିକାଶ ଓ ସମସ୍ୟାର ତ୍ୱରିତ ସମାଧାନ ଉପରେ ଗୁରୁତ୍ୱ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ରାଜ୍ୟର ସାମାଜିକ କ୍ଷେତ୍ରର ବିକାଶ ଓ ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ଏକ ଉଚ୍ଚସ୍ତରୀୟ 'ପ୍ରୟାସ' (PRAYASS) ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସ୍ୱାସ୍ଥ୍ୟ, ପୁଷ୍ଟିସାଧନ ଏବଂ ଗୁଣାତ୍ମକ ଶିକ୍ଷା ମାଧ୍ୟମରେ ଏକ ସଶକ୍ତ ସମାଜ ଗଠନ ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ତୃଣମୂଳ ସ୍ତରରେ ସମସ୍ୟାଗୁଡ଼ିକର ତ୍ୱରିତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

✅ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ମହିଳା ଓ ଶିଶୁ ବିକାଶ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକାରିତା ଉପରେ ବିସ୍ତୃତ ସମୀକ୍ଷା କରାଯାଇଛି ।
✅ ମାତୃ ମୃତ୍ୟୁ ହାରକୁ ସର୍ବନିମ୍ନ ସ୍ତରକୁ ଆଣିବା ସହ ଶିଶୁ ଓ ନବଜାତ ଶିଶୁ ମୃତ୍ୟୁ ହାର ହ୍ରାସ ପାଇଁ ଅଧିକ ପ୍ରଭାବଶାଳୀ ପଦକ୍ଷେପ ନେବାକୁ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।
✅ ଗ୍ରାମାଞ୍ଚଳ ଓ ଦୂରଦୂରାନ୍ତରେ ପ୍ରସୂତି ଓ ନବଜାତ ଶିଶୁଙ୍କ ପାଇଁ ଉତ୍ତମ ଚିକିତ୍ସା ସୁବିଧା, ଜରୁରୀକାଳୀନ ସେବାର ସୁଦୃଢ଼ୀକରଣ ଓ ସ୍ୱାସ୍ଥ୍ୟକର୍ମୀଙ୍କ ଦାୟିତ୍ୱବୋଧ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଛି ।
✅ ଶିଶୁଙ୍କ ପୁଷ୍ଟିହୀନତା  (Malnutrition) ଦୂର କରିବା ସହ ଷ୍ଟଣ୍ଟିଂ (stunting) ଏବଂ ୱେଷ୍ଟିଂ (wasting) ଭଳି ସମସ୍ୟା ହ୍ରାସ ପାଇଁ ‘ସୁପୋଷିତ ଓଡ଼ିଶା’ ଅଭିଯାନକୁ ଅଧିକ ତ୍ୱରାନ୍ୱିତ କରାଯିବ ।
✅ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ଶିଶୁ ଓ ମା’ମାନଙ୍କୁ ଦିଆଯାଉଥିବା ଖାଦ୍ୟ ଓ ପୁଷ୍ଟିକର ସାମଗ୍ରୀର ମାନ ଏବଂ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ପ୍ରଭାବଶାଳୀ କରାଯିବ ।
✅ ପ୍ରାଥମିକ ସ୍ତରରୁ ପିଲାଙ୍କ ମୌଳିକ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଧିକ ଗୁରୁତ୍ୱ ଦିଆଯିବ। ଶିକ୍ଷକମାନେ ଶିକ୍ଷାଦାନ ଓ ଶିକ୍ଷାର ମୂଳ କାର୍ଯ୍ୟକ୍ରମ ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବାକୁ ଗୁରୁତ୍ୱ ଦିଆଯାଇଛି ।

ସ୍ୱାସ୍ଥ୍ୟ, ପୁଷ୍ଟିସାଧନ ଓ ଗୁଣାତ୍ମକ ଶିକ୍ଷା ମାଧ୍ୟମରେ ଏକ ସୁସ୍ଥ, ସୁଶିକ୍ଷିତ ଓ ସଶକ୍ତ ସମାଜ ଗଠନ ଦିଗରେ ‘ପ୍ରୟାସ’ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |