ଓଡ଼ିଶାରେ ଜଳ ପରିଚାଳନା କ୍ଷେତ୍ରରେ ଯୋଡ଼ି ହୋଇଛି ଆଉ ଏକ ନୂତନ ଅଧ୍ୟାୟ।
24 Mar, 2026

ଓଡ଼ିଶାରେ ଜଳ ପରିଚାଳନା କ୍ଷେତ୍ରରେ ଯୋଡ଼ି ହୋଇଛି ଆଉ ଏକ ନୂତନ ଅଧ୍ୟାୟ।

ଓଡ଼ିଶାରେ ଜଳ ଜୀବନ ମିଶନ ୨.୦ ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ନୂଆଦିଲ୍ଲୀଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ଏମ୍ ଓ ୟୁ ସ୍ଵାକ୍ଷରିତ ହୋଇଛି । ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା ଭବନଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ନୂଆଦିଲ୍ଲୀରେ ମାନ୍ୟବର କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଶ୍ରୀ ସି.ଆର. ପାଟିଲ ଏବଂ ମାନ୍ୟବର ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ବି. ସୋମନ୍ନା ଉପସ୍ଥିତ ଥିଲେ । 
ଜଳ ଜୀବନ ମିଶନ ୨.୦ ଅନୁଯାୟୀ ରାଜ୍ୟ ସରକାର ଏକ ସ୍ପଷ୍ଟ ରୋଡମ୍ୟାପ୍ ପ୍ରସ୍ତୁତ କରିଛନ୍ତି। ଏଥିରେ କାର୍ଯ୍ୟ ଏବଂ ରକ୍ଷଣାବେକ୍ଷଣ ନୀତି ମାଧ୍ୟମରେ ଜନସାଧାରଣଙ୍କ ଭାଗୀଦାରି, ଆର୍ଥିକ ସ୍ଥିରତା ଓ ସଠିକ୍ ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି  । 
✅ କେନ୍ଦ୍ର କ୍ୟାବିନେଟ ଦ୍ୱାରା ଏହି ମିଶନର ସମ୍ପ୍ରସାରଣ ୨୦୨୮ ପର୍ଯ୍ୟନ୍ତ ଅନୁମୋଦନ 
✅ ଏହି ମିଶନରେ ରାଜ୍ୟ ସରକାର ପ୍ରାୟ ୪୦ ପ୍ରତିଶତ ଅର୍ଥ ଖର୍ଚ୍ଚ କରୁଛନ୍ତି
✅ ବସୁଧା ହେଲ୍ପଲାଇନ୍, ହ୍ୱାଟ୍ସଆପ୍ ସେବା ଓ ଡିଜିଟାଲ୍ ଗ୍ରୀଭାନ୍ସ ପ୍ଲାଟଫର୍ମ ମାଧ୍ୟମରେ ସିଟିଜେନ୍-ସେଣ୍ଟ୍ରିକ୍ ସେବାକୁ ଶକ୍ତିଶାଳୀ କରାଯାଇଛି
✅ ଏହା ଅନ୍ତର୍ଗତ ୨.୨୧ ଲକ୍ଷ ଜଳ ସଂରକ୍ଷଣ ଓ ବର୍ଷାଜଳ ସଂଗ୍ରହ ଷ୍ଟ୍ରକ୍ଚର, ୪୩ ହଜାରରୁ ଅଧିକ ଜଳାଶୟ ପୁନରୁଦ୍ଧାର, ୪୨ ହଜାର ଭୂଗର୍ଭ ଜଳ ପୁନର୍ଭରଣ ଓ ୨ ଲକ୍ଷରୁ ଅଧିକ ୱାଟରଶେଡ୍ କାର୍ଯ୍ୟ ସମ୍ପନ୍ନ ହୋଇଛି 
✅୨ କୋଟିରୁ ଅଧିକ ଚାରା ରୋପଣ କରାଯାଇଛି

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |