• ପୁରୀ ଜିଲ୍ଲାର ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ
  • ପୁରୀ ଜିଲ୍ଲାର ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ
12 Oct, 2026

ପୁରୀ ଜିଲ୍ଲାର ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏକ ଉଚ୍ଚସ୍ତରୀୟ ବୈଠକରେ ପୁରୀ ଜିଲ୍ଲାର ବିଭିନ୍ନ ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ।

ପୁରୀକୁ ଓଡ଼ିଶାର ଅସ୍ମିତା ଓ ଆସ୍ଥାର କେନ୍ଦ୍ର ଭାବେ ଗୁରୁତ୍ୱ ଦେଇ ସ୍ଥାନୀୟ ସେବାୟତ ଓ ନାଗରିକଙ୍କ ଆବଶ୍ୟକତାକୁ ପ୍ରାଥମିକତା ପ୍ରଦାନ ପୂର୍ବକ ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର, ରଘୁନନ୍ଦନ ପାଠାଗାର, ଶ୍ରୀ ଗୁଣ୍ଡିଚା ମନ୍ଦିର ନୂତନ ରୋଷଶାଳା, ଅଠରନଳା ହେରିଟେଜ୍ ବ୍ରିଜ୍, ସାତଲହଡ଼ି ମଠ ଓ କାକଟପୁର ମାଆ ମଙ୍ଗଳା ମନ୍ଦିରର ସୌନ୍ଦର୍ଯ୍ୟକରଣ, ସତ୍ୟବାଦୀ ବନବିଦ୍ୟାଳୟ ଓ ବକୁଳବନ ପୁନରୁଦ୍ଧାର, ବେଳାଭୂମି ସୌନ୍ଦର୍ଯ୍ୟକରଣ ଏବଂ ପ୍ରମୁଖ ସଂଯୋଗୀକରଣ ରାସ୍ତା ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଦିଗରେ ପଦକ୍ଷେପ ନିଆଯାଉଛି ।

ଏଥିସହିତ ବଡ଼ଦାଣ୍ଡରୁ ହଟାଯାଇଥିବା ଉଠା ଦୋକାନୀମାନଙ୍କୁ ଶ୍ରୀ ସେତୁ ନିକଟରେ ଥଇଥାନ କରିବା ଏବଂ କ୍ଷେତ୍ରସ୍ତରୀୟ ତଦାରଖ ମାଧ୍ୟମରେ ସମସ୍ତ ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବା ଉପରେ ବିଶେଷ ଗୁରୁତ୍ୱାରୋପ କରାଯାଇଛି । 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |