ରାଜ୍ୟର ଗ୍ରାମାଞ୍ଚଳ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ରାୟଗଡ଼ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଙ୍କ ଉପସ୍ଥିତିରେ ‘ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର ଚତୁର୍ଥ ପର୍ଯ୍ୟାୟ’ (PMGSY-IV) ର ଶୁଭାରମ୍ଭ ହୋଇଛି।
01 May, 2026

ରାଜ୍ୟର ଗ୍ରାମାଞ୍ଚଳ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ରାୟଗଡ଼ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଙ୍କ ଉପସ୍ଥିତିରେ ‘ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ

ରାଜ୍ୟର ଗ୍ରାମାଞ୍ଚଳ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ରାୟଗଡ଼ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଙ୍କ ଉପସ୍ଥିତିରେ ‘ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର ଚତୁର୍ଥ ପର୍ଯ୍ୟାୟ’ (PMGSY-IV) ର ଶୁଭାରମ୍ଭ ହୋଇଛି।
✅ ପିଏମ୍‌ଜିଏସ୍‌ୱାଇ-୪ରେ ୧୭୦୦ କୋଟିରୁ ଊର୍ଦ୍ଧ୍ଵ ଟଙ୍କାର ପ୍ରକଳ୍ପ ଅନୁମୋଦିତ
✅୮ଟି ଜିଲ୍ଲାର ୮୯୮ଟି ଗାଁକୁ ମିଳିବ ୧୭୦୨ କିଲୋମିଟର ପକ୍କା ରାସ୍ତା
ଗ୍ରାମାଞ୍ଚଳର ବିକାଶ ବିନା ସମୃଦ୍ଧ ଓଡ଼ିଶାର ପରିକଳ୍ପନା ଅସମ୍ଭବ। ରାଜ୍ୟ ସରକାର PMGSY-IV ମାଧ୍ୟମରେ ଅଣ-ସଂଯୋଜିତ ଗ୍ରାମଗୁଡ଼ିକୁ ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହି ପର୍ଯ୍ୟାୟରେ କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ ଓ ସମ୍ବଲପୁର ଭଳି ୮ଟି ଜିଲ୍ଲାର ୮୯୮ଟି ଗ୍ରାମକୁ ସବୁଦିନିଆ ପକ୍କା ରାସ୍ତା ଯୋଗାଇ ଦିଆଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି ।
ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାୟଗଡ଼ ଜିଲ୍ଲା ପାଇଁ ଅନେକ ନୂତନ ସଡ଼କ ପ୍ରକଳ୍ପ ଘୋଷଣା କରିବା ସହ ଏକାଧିକ ପାନୀୟ ଜଳ ଓ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିଛନ୍ତି।
ରାୟଗଡ଼ା ବିକାଶ: ୨୦୦ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
✅୧୦୪ କୋଟି ଟଙ୍କାରୁ ଊର୍ଦ୍ଧ୍ଵ ୧୩ଟି ନୂତନ ପ୍ରକଳ୍ପର ଶିଳାନ୍ୟାସ
✅ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ଓଡ଼ିଶା ପାଇଁ ୬୩୦ କୋଟି ବ୍ୟବସ୍ଥା 
✅ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ-ଜଳବିଭାଜିକା ବିକାଶ ଉପାଦାନରେ ଓଡ଼ିଶା ପାଇଁ ୩୦ କୋଟି ଟଙ୍କା ମଞ୍ଜୁର
କେନ୍ଦ୍ରମନ୍ତ୍ରୀ ଶ୍ରୀ ଶିବରାଜ୍ ସିଂହ ଚୌହାନ ଏହି ଅବସରରେ କହିଛନ୍ତି ଯେ, ସର୍ବାଙ୍ଗୀନ ବିକାଶ ଓ ପ୍ରଗତି ହିଁ ବର୍ତ୍ତମାନ ସରକାରଙ୍କ ପ୍ରମୁଖ ପ୍ରତୀକ। ସେ ଦୃଢ଼ୋକ୍ତି ପ୍ରକାଶ କରି କହିଛନ୍ତି ଯେ, କୌଣସି ବି ଗ୍ରାମ ଆଉ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ରହିବ ନାହିଁ। ଓଡ଼ିଶାର ପ୍ରତ୍ୟେକ କୃଷି ଭିତ୍ତିକ ଗ୍ରାମକୁ ଏକ ‘ବିହନ ଗ୍ରାମ’ (Seed Village) ଭାବେ ଗଢ଼ି ତୋଳିବା ପାଇଁ କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ରହିଛି ବୋଲି ସେ ପ୍ରକାଶ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |