ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡ଼ି ଛୁଆଁଇଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।
04 Apr, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡ଼ି ଛୁଆଁଇଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।

ରାଜ୍ୟର ପ୍ରତି ଗାଁରେ, ପ୍ରତି ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି ବୋଲି ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। 
ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ‘ନିପୁଣ ଓଡ଼ିଶା’ ଓ ‘ପଢ଼ିବା, ଗଢ଼ିବା ଓଡ଼ିଶା’ ଅଭିଯାନରେ ବିଭିନ୍ନ ବିଦ୍ୟାଳୟମାନଙ୍କରେ ପିଲାଙ୍କ ପାଇଁ ବିକଶିତ କରାଯାଇଥିବା ବିଷୟବସ୍ତୁ ଆଧାରିତ ଶିକ୍ଷଣୀୟ ସାମଗ୍ରୀ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି। ଏଥିସହ ମାନ୍ୟବର ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଶିକ୍ଷା ସହାୟତା ସାମଗ୍ରୀ କିଟ୍ ପ୍ରଦାନ କରିଛନ୍ତି।
ଖଡ଼ି ଛୁଆଁ ଆମ ଓଡ଼ିଆ ସଂସ୍କୃତିରେ ଏକ ପବିତ୍ର ପରମ୍ପରା। ରାଜ୍ୟରେ କୌଣସି ବି ଶିଶୁ ଯେପରି ଶିକ୍ଷାରୁ ବଞ୍ଚିତ ନହୁଅନ୍ତୁ, ତାକୁ ସୁନିଶ୍ଚିତ କରିବା ପାଇଁ ଆମେ ଏହି ଉତ୍ସବ ଆରମ୍ଭ କରିଛୁ। ଶିଶୁର ମନରେ ଶିକ୍ଷାପ୍ରତି ଯେପରି ଭୟ ନୁହେଁ , ଆଗ୍ରହ ଓ ଶ୍ରଦ୍ଧା ସୃଷ୍ଟି ହେବ, ସେଥିପାଇଁ ସମସ୍ତ ପଦକ୍ଷେପ ନିଆଯାଉଛି। ଲକ୍ଷ୍ୟ ହେଉଛି ଶତ ପ୍ରତିଶତ ନାମଲେଖା । ନୂତନ ଶିକ୍ଷାନୀତି ଅନୁଯାୟୀ ଅଙ୍ଗନବାଡିଗୁଡ଼ିକ ପର୍ଯ୍ୟାୟକ୍ରମେ ଶିଶୁବାଟିକାରେ ମିଶିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିବା ସହ ଏହି ଅବସରରେ ଶିକ୍ଷା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |