ସମ୍ବଲପୁର ଗମନାଗମନ ବ୍ୟବସ୍ଥାରେ ଯୋଡ଼ି ହେଲା ନୂଆ ଅଧ୍ୟାୟ ।
10 Jan, 2026

ସମ୍ବଲପୁର ଗମନାଗମନ ବ୍ୟବସ୍ଥାରେ ଯୋଡ଼ି ହେଲା ନୂଆ ଅଧ୍ୟାୟ ।

ସମ୍ବଲପୁର ଗମନାଗମନ ବ୍ୟବସ୍ଥାରେ ଯୋଡ଼ି ହେଲା ନୂଆ ଅଧ୍ୟାୟ ।

✔️ ୨୫ଟି ନୂଆ ଇ-ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

✔️ ଆଉ ୨୫ଟି ଇ-ବସ୍‌ର ବ୍ୟବସ୍ଥା କରାଯିବା ନେଇ ଘୋଷଣା

✔️ ସମ୍ବଲପୁରରେ ସମୁଦାୟ ଗଡ଼ିବ ୫୦ଟି ଇ-ବସ୍

ସମ୍ବଲପୁରରେ ବସଗୁଡ଼ିକର ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ ଅଇଁଠାପାଲି ଠାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନସପୋର୍ଟ ବା CRUT ର ଅତ୍ୟାଧୁନିକ ବସ୍ ଟର୍ମିନାଲ ମଧ୍ୟ ଆଜି ଉଦ୍‌ଘାଟନ କରାଯାଇଛି। ଏଥିସହିତ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଟର୍ମିନାଲ ଏବଂ ବସଗୁଡିକର ରକ୍ଷଣାବେକ୍ଷଣ ପାଇଁ ୨୩୮ କୋଟି ୧୪ ଲକ୍ଷ ଟଙ୍କାର ବ୍ୟବସ୍ଥା କରାଯାଇଛି। ଏହି ବସ୍ ବ୍ୟବସ୍ଥା ଦ୍ବାରା ସମ୍ବଲପୁର ବାସୀଙ୍କ ଯାତାୟାତ ବ୍ୟବସ୍ଥା ସୁଦୃଢ଼ ହେବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଅବସରରେ କହିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |