ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ରାଜ୍ୟର ୪୧ ଲକ୍ଷ ୬୮ ହଜାର ୫୮୨ ଜଣ ଚାଷୀଙ୍କୁ ସିଏମ-କିଷାନ ଯୋଜନାରେ ୮୩୮ କୋଟି ୪୮ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।
20 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ରାଜ୍ୟର ୪୧ ଲକ୍ଷ ୬୮ ହଜାର ୫୮୨ ଜଣ ଚାଷୀଙ୍କୁ ସିଏମ-କିଷାନ ଯୋଜନାରେ ୮୩୮ କୋଟି ୪୮ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

ସମୃଦ୍ଧ ଓଡ଼ିଶା ଗଢ଼ିବାରେ କୃଷକମାନେ ହିଁ ପ୍ରକୃତ ସାରଥୀ। କୃଷକମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇ ସେମାନଙ୍କୁ ଆହୁରି ସଶକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ଏହି କ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ରାଜ୍ୟର ୪୧ ଲକ୍ଷ ୬୮ ହଜାର ୫୮୨ ଜଣ ଚାଷୀଙ୍କୁ ସିଏମ-କିଷାନ ଯୋଜନାରେ ୮୩୮ କୋଟି ୪୮ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।
ଓଡ଼ିଶାର ଅର୍ଥନୀତି, ସଂସ୍କୃତି ଓ ସମୃଦ୍ଧିର ମୂଳ ଆଧାର ହେଉଛି କୃଷି। କୃଷକଙ୍କ ଆୟ ବୃଦ୍ଧି ପାଇଁ ଉନ୍ନତ ବିହନ, ସଠିକ୍ ଜଳସେଚନ ଏବଂ ବଜାର ସଂଯୋଗୀକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି। ରାଜ୍ୟ ସରକାର 'ବଳଭଦ୍ର ଜୈବିକ ଚାଷ ମିଶନ' ମାଧ୍ୟମରେ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଉଛନ୍ତି। ସେହିପରି ଓଡ଼ିଶାର ପାରମ୍ପରିକ ମାଣ୍ଡିଆକୁ ବିଶ୍ୱ ମଞ୍ଚରେ ପହଞ୍ଚାଇବା ପାଇଁ 'ଶ୍ରୀ ଅନ୍ନ' ଅଭିଯାନକୁ ଆହୁରି ଜୋରଦାର କରାଯାଉଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
ଏଥିସହ କୃଷକମାନଙ୍କୁ ସହଜରେ ଉନ୍ନତ ବିହନ ଯୋଗାଇବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ 'ଆମ ବିହନ ରଥ' (Seeds on Wheels) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଭ୍ରାମ୍ୟମାଣ ବିହନ ବିକ୍ରୟ କେନ୍ଦ୍ର ଗୁଡିକ ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାର ୩୧ଟି ବ୍ଲକରେ ଚାଲୁ ହେବ। ୫ କେଜିଆ ପ୍ୟାକେଟ୍ ଆକାରରେ ନୂତନ କିସମର ଧାନ ବିହନ ଗ୍ରାମ ପଞ୍ଚାୟତ ସ୍ତରରେ ଉପଲବ୍ଧ ହେବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |