ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ନିଯୁକ୍ତି ମେଳାରେ ୭ଟି ବିଭାଗର ୪,୬୨୩ ଜଣ ନବଚୟନୀତ ପ୍ରତିଭାବାନ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।
23 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ନିଯୁକ୍ତି ମେଳାରେ ୭ଟି ବିଭାଗର ୪,୬୨୩ ଜଣ ନବଚୟନୀତ ପ୍ରତିଭାବାନ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ନିଯୁକ୍ତି ମେଳାରେ ୭ଟି ବିଭାଗର ୪,୬୨୩ ଜଣ ନବଚୟନୀତ ପ୍ରତିଭାବାନ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।  ଶାସନ ଓ ପ୍ରଶାସନ ବ୍ୟବସ୍ଥାରେ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ହେଉଛନ୍ତି, ସରକାରଙ୍କ ପ୍ରକୃତ ଚେହେରା । ସମସ୍ତଙ୍କର ଲକ୍ଷ୍ୟ ହେଉଛି, ଅନ୍ତିମ ଶ୍ରେଣୀରେ ଥିବା ବ୍ୟକ୍ତି ପାଖରେ ସରକାରୀ ସୁବିଧା ପହଞ୍ଚାଇବା। ବର୍ତ୍ତମାନ ସାଧାରଣ ଲୋକ ଅନୁଭବ କରୁଛନ୍ତି, ଏ ସରକାର ହେଉଛି ପ୍ରକୃତରେ ଲୋକଙ୍କ ସରକାର । ଏହି ଭାବନାକୁ ଆପଣମାନେ ଆଗେଇନେଲେ, ସରକାରୀ ଚାକିରୀର ମର୍ଯ୍ୟାଦା ରହିବ ଏବଂ ଆପଣମାନେ ଲୋକଙ୍କ ବିଶ୍ୱାସଭାଜନ ହୋଇପାରିବେ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି । 
ନବନିଯୁକ୍ତମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପରମର୍ଶ:- 
✅ଦୁର୍ନୀତିରୁ ସବୁବେଳେ ଦୂରେଇ ରୁହନ୍ତୁ, ଦୁର୍ନୀତି ବିରୁଦ୍ଧରେ ସରକାର ଶୂନ୍ୟସହନଶୀଳତା ଅବଲମ୍ୱନ କରୁଛନ୍ତି । 
✅ଗଣତନ୍ତ୍ରରେ ଜନତା ହେଉଛନ୍ତି ଭଗବାନ ଓ ଜନତାଙ୍କ ସ୍ୱର ହିଁ ଭଗବାନଙ୍କ ସ୍ୱର । ସହୃଦୟତାର ସହିତ ନିଜ ନିଜ ସ୍ତରରେ ଜନତାଙ୍କ କଥା ଶୁଣିବା  ଓ ତା’ର ସମାଧାନ କରିବାକୁ ଚେଷ୍ଟା କରିବା । 
✅କାର୍ଯ୍ୟ ସମ୍ପାଦନ କରିବା ସମୟରେ ନିଜର ବୈଚାରିକ ମତ ପ୍ରତିବନ୍ଧକ ହେବା ଉଚିତ ନୁହେଁ । ସରକାରଙ୍କ ଆଭିମୁଖ୍ୟ ହିସାବରେ ନିଜ ନିଜର କର୍ତ୍ତବ୍ୟ ସମ୍ପାଦନ କରିବା।   
✅ସମୟାନୁବର୍ତ୍ତିତା- ନିର୍ଦ୍ଦିଷ୍ଟ ସମୟ ଭିତରେ କାର୍ଯ୍ୟ ସମ୍ପାଦନ କରିବେ।
✅କାର୍ଯ୍ୟକ୍ଷେତ୍ରରେ ଭଦ୍ର ଓ ଶାଳୀନତା ସହିତ ବାର୍ତ୍ତାଳାପ ଓ ବ୍ୟବହାର ପ୍ରଦର୍ଶନ କରିବା।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |