'ଜଗନ୍ନାଥ ସଂସ୍କୃତି'ର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ପୁରୀ ଟାଉନ ହଲଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଭବ୍ୟ ଗଣସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।
15 Jun, 2026

'ଜଗନ୍ନାଥ ସଂସ୍କୃତି'ର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ପୁରୀ ଟାଉନ ହଲଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଭବ୍ୟ ଗଣସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ପୂଜ୍ୟ ସାଧୁ-ସନ୍ଥ, ଶ୍ରୀମନ୍ଦିରର ସେବାୟତ ମଣ୍ଡଳୀ ଏବଂ ହଜାର ହଜାର ଜଗନ୍ନାଥପ୍ରେମୀ; ଭକ୍ତଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ସାଦର ସମ୍ବର୍ଦ୍ଧିତ କରିଥିଲେ ।
ପଶ୍ଚିମବଙ୍ଗର ଦିଘା ଜଗନ୍ନାଥ ମନ୍ଦିର ନାମରୁ "ଧାମ" ଶବ୍ଦ ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ କରିଥିବା ସଫଳ ଓ ଐତିହାସିକ ହସ୍ତକ୍ଷେପ ପାଇଁ ତାଙ୍କୁ ଗଭୀର କୃତଜ୍ଞତା ପ୍ରକାଶ କରାଯାଇଥିଲା। ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ସ୍ୱତନ୍ତ୍ରତା ରହିଛି। ଲୋକଙ୍କ ସରକାର ଶ୍ରୀଜଗନ୍ନାଥ ସଂସ୍କୃତିର ସୁରକ୍ଷା, ପ୍ରସାର ଏବଂ ଶ୍ରୀ ମନ୍ଦିରର ଶାସ୍ତ୍ରୀୟ ପରମ୍ପରାର ସଂରକ୍ଷଣ ପାଇଁ ସତର୍କ ପ୍ରହରୀ ସଦୃଶ ଜାଗ୍ରତ ରହିବେ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧