• ଜାତୀୟ କ୍ରୀଡ଼ା ଦିବସରେ ଓଡ଼ିଶାକୁ ବିଶ୍ୱର  କ୍ରୀଡ଼ା ରାଜଧାନୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ:

29 Aug, 2026

ଜାତୀୟ କ୍ରୀଡ଼ା ଦିବସରେ ଓଡ଼ିଶାକୁ ବିଶ୍ୱର କ୍ରୀଡ଼ା ରାଜଧାନୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ:

ଜାତୀୟ କ୍ରୀଡ଼ା ଦିବସ ଅବସରରେ ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ରାଜ୍ୟର କୃତୀ କ୍ରୀଡ଼ାବିତ୍, ପ୍ରଶିକ୍ଷକ ଓ ସାହସୀ ବ୍ୟକ୍ତିବିଶେଷଙ୍କୁ ‘ବିଜୁ ପଟ୍ଟନାୟକ କ୍ରୀଡ଼ା ଏବଂ ସାହସିକତା ପୁରସ୍କାର-୨୦୨୫’ ପ୍ରଦାନ କରିଛନ୍ତି । ‘ଖେଳିବ ଓଡ଼ିଶା, ଜିତିବ ଓଡ଼ିଶା’ ସଂକଳ୍ପ ଏବଂ ‘ପଡ଼ିଆରୁ ପୋଡ଼ିୟମ୍’ ଆଭିମୁଖ୍ୟ ସହିତ ଓଡ଼ିଶାକୁ ବିଶ୍ୱର କ୍ରୀଡ଼ା ରାଜଧାନୀ ଭାବେ ଗଢ଼ିତୋଳିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସରକାରଙ୍କ ବିଭିନ୍ନ କ୍ରୀଡ଼ା ଭିତ୍ତିଭୂମି ଓ ବିକାଶମୂଳକ ପଦକ୍ଷେପ ବିଷୟରେ ଉଲ୍ଳେଖ କରିଥିଲେ :

✅ ତୃଣମୂଳ ସ୍ତରର ବିକାଶ ପାଇଁ ରାଜ୍ୟର ୩୧୪ଟି ବ୍ଲକରେ ₹୪,୧୨୪ କୋଟି ବ୍ୟୟରେ ଅତ୍ୟାଧୁନିକ ଷ୍ଟାଡିୟମ ନିର୍ମାଣ ।
✅ ଭୁବନେଶ୍ୱରର ଗୋଠପାଟଣାଠାରେ ବିଶ୍ୱସ୍ତରୀୟ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଏବଂ ଢେଙ୍କାନାଳରେ 'ବାଜି ରାଉତ ରିଜିଓନାଲ ସ୍ପୋର୍ଟ୍ସ ହବ୍' ସମେତ ୫ଟି ଆଞ୍ଚଳିକ ହବ୍ ସ୍ଥାପନ ।
✅ ଗ୍ରାମାଞ୍ଚଳ ପ୍ରତିଭା ଅନ୍ୱେଷଣ ପାଇଁ 'ସିଏମ୍ ଟ୍ରଫି' (CM Trophy) ଆୟୋଜନ ।
✅ ସାମାଜିକ ପରିବର୍ତ୍ତନ ଲକ୍ଷ୍ୟରେ ମାଓ ପ୍ରଭାବିତ ୧୦ଟି ଜିଲ୍ଲାର ୪୮୫ଟି ଗ୍ରାମରେ ଯୁବପିଢ଼ିଙ୍କୁ କ୍ରୀଡ଼ା ସାମଗ୍ରୀ ବଣ୍ଟନ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |