• ଭାରତ ନବୀକରଣୀୟ ଶକ୍ତି ସମ୍ମିଳନୀରେ ଓଡ଼ିଶାକୁ ୧.୧୭ ଲକ୍ଷ କୋଟିର ନିବେଶ ପ୍ରସ୍ତାବ; ୧୧,୭୪୨ ମେଗାୱାଟ୍ ସ୍ୱଚ୍ଛ ଶକ୍ତି ଉତ୍ପାଦନ ଲକ୍ଷ୍ୟ

03 Nov, 2026

ଭାରତ ନବୀକରଣୀୟ ଶକ୍ତି ସମ୍ମିଳନୀରେ ଓଡ଼ିଶାକୁ ୧.୧୭ ଲକ୍ଷ କୋଟିର ନିବେଶ ପ୍ରସ୍ତାବ; ୧୧,୭୪୨ ମେଗାୱାଟ୍ ସ୍ୱଚ୍ଛ ଶକ୍ତି ଉତ୍ପାଦନ ଲକ୍ଷ୍ୟ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଓଡ଼ିଶା ନବୀକରଣୀୟ ଶକ୍ତି କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ଦିଗରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି ।

ନୂଆଦିଲ୍ଲୀଠାରେ ଆୟୋଜିତ ‘ଭାରତ ନବୀକରଣୀୟ ଶକ୍ତି ସମ୍ମିଳନୀ ଓ ପ୍ରଦର୍ଶନୀ (Bharat Renewable Energy Summit & Expo) ୨୦୨୬’ ଅବସରରେ ପ୍ରାୟ ୧.୧୭ ଲକ୍ଷ କୋଟି ଟଙ୍କାର ୧୮ଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ଓ ଆଦାନପ୍ରଦାନ ହୋଇଛି । ଏହି ପ୍ରସ୍ତାବିତ ନିବେଶ ମାଧ୍ୟମରେ ରାଜ୍ୟରେ ପ୍ରାୟ ୧୧,୭୪୨ ମେଗାୱାଟ୍‌ର ନୂତନ ସ୍ୱଚ୍ଛ ଶକ୍ତି ଉତ୍ପାଦନ କ୍ଷମତା ଯୋଡ଼ିବାର ଲକ୍ଷ୍ୟ ରଖାଯାଇଛି ।

ଏହି ସମସ୍ତ ନିବେଶ ମୁଖ୍ୟତଃ ପମ୍ପଡ୍ ଷ୍ଟୋରେଜ୍, ସୌର ଶକ୍ତି, ପବନ ଶକ୍ତି, ହାଇବ୍ରିଡ୍ ନବୀକରଣୀୟ ଶକ୍ତି, ବ୍ୟାଟେରୀ ଷ୍ଟୋରେଜ୍, ଗ୍ରୀନ୍ ହାଇଡ୍ରୋଜେନ୍, ଗ୍ରୀନ୍ ଡାଟା ସେଣ୍ଟର ଏବଂ ଅନ୍ୟାନ୍ୟ ଅତ୍ୟାଧୁନିକ ସ୍ୱଚ୍ଛ ଶକ୍ତି ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବିନିଯୋଗ ହେବ। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |