ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଉପସ୍ଥିତିରେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟ (Ministry of Earth Science) ମଧ୍ୟରେ MoU ସ୍ବାକ୍ଷରିତ ହୋଇଛି।
16 Apr, 2026

ରାଜ୍ୟରେ ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପରିବେଶରେ ସନ୍ତୁଳନ ରକ୍ଷା କରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ 'ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା MSP'। ଏଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଉପସ୍ଥିତିରେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟ (Ministry of Earth Science) ମଧ୍ୟରେ MoU ସ୍ବାକ୍ଷରିତ ହୋଇଛି। 
ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା MSP କାର୍ଯ୍ୟକାରୀ ହେବାଦ୍ବାରା ରାଜ୍ୟର ବ୍ଲୁ ଇକୋନୋମିର ଉନ୍ନତି ହେବା ସହିତ ସାମୁଦ୍ରିକ ପରିବେଶର ସୁରକ୍ଷା ମଧ୍ୟ ହୋଇପାରିବ। ସ୍ଥାନୀୟ ଉପକୂଳ ଅର୍ଥନୀତିର ଉନ୍ନତି ସହିତ ସାମୁଦ୍ରିକ ଜୀବଜଗତ ସୁରକ୍ଷିତ ରହିବ।  ସମନ୍ବିତ ଉପକୂଳ ଓ ସାମୁଦ୍ରିକ ଯୋଜନା କାର୍ଯ୍ୟକାରୀ କରିବାରେ ଏହି MSP ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |